________________
‘ଦାଦା ଭଗବାନ’ କିଏ ?
ଜୁନ୍ ୧୯୫୮ର ଏକ ସନ୍ଧ୍ୟାର ପାଖାପାଖ୍ ଛଅଟା ସମୟ, ଭିଡ଼ରେ ଭରି ହୋଇଥବା ସୁରତ ସହରର ରେଲୱେ ଷ୍ଟେସନ୍, ପ୍ଲାଟ୍ଫର୍ମ ନମ୍ବର ୩ର ବେଞ୍ଚ ଉପରେ ବସିଥିବା ଶ୍ରୀ ଅମ୍ବାଲାଲ୍ ମୁଲ୍ଜୀଭାଈ ପଟେଲ୍ ରୂପୀ ଦେହମନ୍ଦିରରେ ପ୍ରାକୃତିକ ରୂପରେ, ଅକ୍ରମ ରୂପରେ, କେତେ ଜନ୍ମରୁ ବ୍ୟକ୍ତ ହେବାପାଇଁ ଆତୁର ‘ଦାଦା ଭଗବାନ’ ପୂର୍ଣ ରୂପରେ ପ୍ରକଟ ହେଲେ । ଏବଂ ପ୍ରକୃତି ସର୍ଜିତ କଲା ଅଧ୍ୟାତ୍ମର ଅଦ୍ଭୁତ ଆଶ୍ଚର୍ଯ୍ୟ । ଏକ ଘଣ୍ଟାରେ ତାଙ୍କୁ ବିଶ୍ବ ଦର୍ଶନ ହେଲା । ‘ମୁଁ କିଏ ? ଭଗବାନ କିଏ ? ଜଗତ କିଏ ଚଲାଉଛି ? କର୍ମ କ’ଣ ? ମୁକ୍ତି କ’ଣ ?’ ଇତ୍ୟାଦି ଜଗତର ସମସ୍ତ ଆଧ୍ୟାତ୍ମିକ ପ୍ରଶ୍ନର ସଂପୂର୍ଣ ରହସ୍ୟ ପ୍ରକଟ ହେଲା । ଏହିପରି ପ୍ରକୃତି, ବିଶ୍ବ ସମ୍ମୁଖରେ ଏକ ଅଦ୍ବିତୀୟ ପୂର୍ଣ୍ଣ ଦର୍ଶନ ପ୍ରସ୍ତୁତ କଲା ଏବଂ ତାହାର ମାଧ୍ୟମ ହେଲେ ଶ୍ରୀ ଅମ୍ବାଲାଲ୍ ମୂଲ୍ଜୀଭାଈ ପଟେଲ, ଯିଏ ଗୁଜରାଟର ଚରୋତର କ୍ଷେତ୍ରର ଭାବରଣ ଗାଁ’ର ପାଟୀଦାର,କଂଟ୍ରାକ୍ଟ ବ୍ୟବସାୟ କରିବାବାଲା, ତଥାପି ପୂର୍ଣ ରୂପରେ ଗୀତରାଗ ପୁରୁଷ !
‘ବ୍ୟାପାରରେ ଧର୍ମ ରହିବା ଉଚିତ, ଧର୍ମରେ ବ୍ୟାପାର ନୁହେଁ’, ଏହି ସିଦ୍ଧାନ୍ତ ସହ ସେ ସାରା ଜୀବନ ବିତାଇଲେ । ଜୀବନରେ କେବେ ମଧ୍ୟ କାହାରିଠାରୁ ପଇସା ନେଇ ନାହାନ୍ତି, ବରଂ ନିଜ ରୋଜଗାରରୁ ଭକ୍ତମାନଙ୍କୁ ଯାତ୍ରା କରାଉଥିଲେ ।
ତାଙ୍କୁ ଯେପରି ପ୍ରାପ୍ତ ହେଲା, ସେହିପରି କେବଳ ଦୁଇ ଘଣ୍ଟାରେ ଅନ୍ୟ ମୁମୁକ୍ଷୁମାନଙ୍କୁ ମଧ୍ୟ ସେ ଆତ୍ମଜ୍ଞାନର ପ୍ରାପ୍ତି କରାଉଥିଲେ, ତାଙ୍କର ଅଦ୍ଭୁତ ସିଦ୍ଧ ହୋଇଥବା ଜ୍ଞାନ ପ୍ରୟୋଗ ଦ୍ବାରା । ତାହାକୁ ଅକ୍ରମ ମାର୍ଗ କହିଲେ । ଅକ୍ରମ, ଅର୍ଥାତ ବିନା କ୍ରମରେ ଏବଂ କ୍ରମ ଅର୍ଥାତ ସିଢ଼ି ପରେ ସିଢ଼ି, କ୍ରମାନୁସାରେ ଉପରକୁ ଚଢ଼ିବା । ଅକ୍ରମ ଅର୍ଥାତ୍ ଲିଫ୍ଟ ମାର୍ଗ, ସର୍ଟ କଟ୍ ।
ସେ ନିଜେ ପ୍ରତ୍ୟେକଙ୍କୁ ‘ଦାଦା ଭଗବାନ କିଏ ?’ର ରହସ୍ୟ ଜଣାଇବାକୁ ଯାଇ କହୁଥିଲେ ଯେ, “‘ଏ ଯିଏ ଆପଣଙ୍କୁ ଦେଖାଯାଉଛନ୍ତି ସେ ଦାଦା ଭଗବାନ ନୁହଁନ୍ତି, ସେ ତ ‘ଏ.ଏମ୍. ପଟେଲ୍’ ଅଟେ । ମୁଁ ଜ୍ଞାନୀପୁରୁଷ ଅଟେ ଏବଂ ଭିତରେ ଯିଏ ପ୍ରକଟ ହୋଇଛନ୍ତି, ସେ ‘ଦାଦା ଭଗବାନ’ ଅଟନ୍ତି । ଦାଦା ଭଗବାନ ତ’ ଚଉଦ ଲୋକର ନାଥ ଅଟନ୍ତି । ସେ ଆପଣଙ୍କ ଭିତରେ ମଧ୍ୟ ଅଛନ୍ତି, ସମସ୍ତଙ୍କ ଭିତରେ
ଅଛନ୍ତି । ଆପଣଙ୍କ ଭିତରେ ଅବ୍ୟକ୍ତ ରୂପରେ ଅଛନ୍ତି ଏବଂ ‘ଏଠାରେ’ ମୋ ଭିତରେ ସଂପୂର୍ଣ ରୂପରେ ବ୍ୟକ୍ତ ହୋଇଛନ୍ତି । ଦାଦା ଭଗବାନଙ୍କୁ ମୁଁ ମଧ୍ୟ ନମସ୍କାର କରେ ।’’