________________
ନିବେଦନ
ଆତ୍ମବିଜ୍ଞାନୀ ଶ୍ରୀ ଅମ୍ବାଲାଲ ମୂଲ୍ଜୀଭାଇ ପଟେଲ, ଯାହାଙ୍କୁ ଲୋକେ ‘ଦାଦା ଭଗବାନ’ ନାମରେ ମଧ୍ୟ ଜାଣନ୍ତି,ତାଙ୍କ ଶ୍ରୀମୂଖରୁ ଅଧ୍ୟାତ୍ମ ତଥା ବ୍ୟବହାର ଜ୍ଞାନ ସମନ୍ଧୀୟ ଯେଉଁ ବାଣୀ ବାହାରିଛି, ସେସବୁକୁ ରେକର୍ଡ କରି, ସଙ୍କଳନ ତଥା ସମ୍ପାଦନ କରି ପୁସ୍ତକ ରୂପରେ ପ୍ରକାଶିତ କରାଯାଉଛି ।
ପ୍ରସ୍ତୁତ ଅନୁବାଦରେ ଏହା ବିଶେଷ ଧ୍ୟାନ ରଖାଯାଇଛି ଯେ, ପାଠକଙ୍କୁ ଦାଦାଶ୍ରୀଙ୍କର ହିଁ ବାଣୀ ଶୁଣାଯାଉଛି,ଏପରି ଅନୁଭବ ହେଉ, ଯେଉଁ କାରଣରୁ ବୋଧ ହୁଏ କିଛି ଜାଗାରେ ଅନୁବାଦର ବାକ୍ୟ ରଚନା ଓଡ଼ିଆ ବ୍ୟାକରଣ ଅନୁସାରେ ତ୍ରୁଟିପୂର୍ଣ୍ଣ ଲାଗିପାରେ, କିନ୍ତୁ ଏଠାରେ ଭାବନାକୁ ବୁଝି ପଢାଯିବ ତେବେ ଅଧିକ
ଲାଭକାରୀ ହେବ ।
ଜ୍ଞାନୀଙ୍କ ବାଣୀକୁ ଓଡ଼ିଆ ଭାଷାରେ ଯଥାର୍ଥ ରୂପରେ ଅନୁବାଦ କରିବାର ପ୍ରୟାସ କରାଯାଇଛି । ପ୍ରସ୍ତୁତ ପୁସ୍ତକରେ ଅନେକ ଜାଗାରେ ବନ୍ଧନୀରେ ଦର୍ଶାଯାଇଥିବା ଶବ୍ଦ ବା ବାକ୍ୟ ପରମପୂଜ୍ୟ ଦାଦାଶ୍ରୀଙ୍କ ଦ୍ଵାରା କୁହାଯାଇଥିବା ବାକ୍ୟକୁ ଅର୍ଧ ସ୍ପଷ୍ଟତାପୂର୍ବକ ବୁଝାଇବା ହେତୁ ଲେଖାଯାଇଛି । ଯେବେ କି କିଛି ଜାଗାରେ ଇଂରାଜୀ ଶବ୍ଦକୁ ଓଡ଼ିଆ ଅର୍ଥରୂପରେ ରଖାଯାଇଛି । ଦାଦାଶ୍ରୀଙ୍କ ଶ୍ରୀମୂଖରୁ ବାହାରିଥିବା କିଛି ଗୁଜରାଟୀ ଶବ୍ଦ ଯେମିତିକୁ ସେମିତି ରଖାଯାଇଛି, କାରଣ ସେ ଶବ୍ଦଗୁଡ଼ିକ ପାଇଁ ଓଡ଼ିଆରେ ଏପରି କିଛି ଶବ୍ଦ ନାହିଁ, ଯାହା ତାହାର ପୂର୍ଣ୍ଣ ଅର୍ଥ ଦେଇପାରିବ ।
ଅନୁବାଦଜନିତ ତ୍ରୁଟି ପାଇଁ ଆପଣଙ୍କ ପାଖରେ କ୍ଷମାପ୍ରାର୍ଥୀ ଅଟୁ ।