Book Title: Pratikraman Abr Oriya
Author(s): Dada Bhagwan
Publisher: Dada Bhagwan Aradhana Trust

View full book text
Previous | Next

Page 111
________________ ଶୁଦ୍ଧାତ୍ମାଙ୍କ ପ୍ରତି ପ୍ରାର୍ଥନା ହେ ଅନ୍ତର୍ଯ୍ୟାମି ପରମାତ୍ମା ! ଆପଣ ପ୍ରତ୍ୟେକ ଜୀବମାତ୍ର ଭିତରେ ବିରାଜମାନ ଅଛନ୍ତି, ଠିକ ସେହିପରି ମୋ ଭିତରେ ମଧ୍ୟ ବିରାଜମାନ ଅଛନ୍ତି । ଆପଣଙ୍କ ସ୍ୱରୂପ ହିଁ ମୋ ସ୍ଵରୂପ ଅଟେ । ମୋ ସ୍ଵରୂପ ଶୁଦ୍ଧାତ୍ମା ଅଟେ । ହେ ଶୁଦ୍ଧାତ୍ମା ଭଗବାନ ! ମୁଁ ଆପଣଙ୍କୁ ଅଭେଦ ଭାବରେ ଅତ୍ୟନ୍ତ ଭକ୍ତିପୂର୍ବକ ନମସ୍କାର କରୁଛି । ଅଜ୍ଞାନତାବଶ ମୁଁ ଯେଉଁ ଯେଉଁ ** ଦୋଷ କରିଛି, ସେ ସବୁ ଦୋଷଗୁଡ଼ିକୁ ଆପଣଙ୍କ ସମ୍ମୁଖରେ ପ୍ରକାଶ କରୁଛି । ସେ ସବୁ ପାଇଁ ହୃଦୟପୂର୍ବକ ବହୁତ ପଶ୍ଚାତାପ କରୁଛି ଏବଂ ଆପଣଙ୍କୁ କ୍ଷମାପ୍ରାର୍ଥନା କରୁଛି । ହେ ପ୍ରଭୁ! ମୋତେ କ୍ଷମା କରନ୍ତୁ, କ୍ଷମା କରନ୍ତୁ, କ୍ଷମା କରନ୍ତୁ ଆଉ ପୁଣି ଏପରି ଦୋଷ ନ କରେ, ଏପରି ଆପଣ ମୋତେ ଶକ୍ତି ଦିଅନ୍ତୁ, ଶକ୍ତି ଦିଅନ୍ତୁ, ଶକ୍ତି ଦିଅନ୍ତୁ । ହେ ଶୁଦ୍ଧାତ୍ମା ଭଗବାନ ! ଆପଣ ଏପରି କୃପା କରନ୍ତୁ ଯେପରି ମୋତେ ଭେଦଭାବ ଛୁଟିଯାଉ ଏବଂ ଅଭେଦ ସ୍ୱରୂପ ପ୍ରାପ୍ତ ହେଉ । ମୁଁ ଆପଣଙ୍କ ସହ ଅଭେଦ ସ୍ଵରୂପରେ ତନ୍ମୟାକାର ରୁହେଁ । ++ ଯେଉଁ ଯେଉଁ ଦୋଷ ହୋଇଛି, ସେ ସବୁକୁ ମନରେ ପ୍ରକାଶ କରନ୍ତୁ । ପ୍ରତିକ୍ରମଣ ବିଧୂ ପ୍ରତ୍ୟକ୍ଷ ଦାଦା ଭଗବାନଙ୍କ ସାକ୍ଷୀରେ, ଦେହଧାରୀ (ଯାହା ପ୍ରତି ଦୋଷ ହୋଇଥବ, ସେ ବ୍ୟକ୍ତିର ନାମ)ର ମନ-ବଚନ-କାୟାର ଯୋଗ, ଭାବକର୍ମ– ଦ୍ରବ୍ୟକର୍ମ-ନୋକର୍ମରୁ ଭିନ୍ନ, ଏପରି ହେ ଶୁଦ୍ଧାତ୍ମା ଭଗବାନ ! ଆପଣଙ୍କ ସାକ୍ଷୀରେ, ଆଜି ଦିନ ପର୍ଯ୍ୟନ୍ତ ମୋ ଦ୍ଵାରା ଯେଉଁ ଯେଉଁ * * ଦୋଷ ହୋଇଛି, ସେ ସବୁ ପାଇଁ ମୁଁ କ୍ଷମା ମାଗୁଛି, ହୃଦୟପୂର୍ବକ ବହୁତ ପଶ୍ଚାତାପ କରୁଛି । ମୋତେ କ୍ଷମା କରନ୍ତୁ ଏବଂ ପୁଣି ଏପରି ଦୋଷ କେବେ ମଧ୍ୟ କରିବି ନାହିଁ, ଏପରି ଦୃଢ଼ ନିଶ୍ଚୟ କରୁଛି । ସେଥ‌ିପାଇଁ ମୋତେ ପରମ ଶକ୍ତି ଦିଅନ୍ତୁ । ** କ୍ରୋଧ-ମାନ-ମାୟା-ଲୋଭ, ବିଷୟ-ବିକାର, କଷାୟ ଆଦି ଦ୍ଵାରା ସେହି ବ୍ୟକ୍ତିକୁ ଯାହା ବି ଦୁଃଖ ପହଞ୍ଚାଇ ଥ‌ିବ, ସେ ଦୋଷଗୁଡ଼ିକୁ ମନରେ ସ୍ମରଣ କରନ୍ତୁ ।

Loading...

Page Navigation
1 ... 109 110 111 112