Book Title: Right Understanding To Help Others Oriya
Author(s): Dada Bhagwan
Publisher: Dada Bhagwan Aradhana Trust
View full book text
________________
ଆମ୍ବିଜ୍ଞାନ ପ୍ରାପ୍ତି ପାଇଁ ପ୍ରତ୍ୟକ୍ଷ ଲିଙ୍କୁ
“ମୁଁ ତ କିଛି ଲୋକଙ୍କୁ ନିଜ ହାତରେ ସିଦ୍ଧି ପ୍ରଦାନ କରିବ । ପରେ ଅନୁଗାମୀ | ଦରକାର କି ନାହିଁ ? ପରେ ଲୋକଙ୍କୁ ମାର୍ଗ ତ ଦରକାର ନା ?”
- ଦାଦାତ୍ରୀ
ପରମ ପୂଜ୍ୟ ଦାଦାଶ୍ରୀ ଗାଁ-ଗାଁ, ଦେଶ-ବିଦେଶ ପରିଭ୍ରମଣ କରି ମୁମୁକ୍ଷୁମାନଙ୍କୁ ସସଙ୍ଗ ଏବଂ ଆତ୍ମଜ୍ଞାନର ପ୍ରାପ୍ତି କରାଉଥିଲେ । ସେ ନିଜର ଜୀବନକାଳ ମଧ୍ୟରେ ପୂଜ୍ୟ ଡା. ନୀରୂବେନ ଅମୀନ( ନୀରୂମୀ)ଙ୍କୁ ଆମ୍ବିଜ୍ଞାନ ପ୍ରାପ୍ତି କରାଇବାର ଜ୍ଞାନସିଦ୍ଧି ପ୍ରଦାନ କରିଥିଲେ । ଦାଦାଶ୍ରୀଙ୍କ ଦେହ ବିଲୟ ପରେ ନୀରୂମା ସେହିପରି ମୁମୁକ୍ଷୁମାନଙ୍କୁ ସସଙ୍ଗ ଏବଂ ଆତ୍ମଜ୍ଞାନର ପ୍ରାପ୍ତି, ନିମିତ୍ତ ଭାବରେ କରାଉଥିଲେ । ପୂଜ୍ୟ ଦୀପକଭାଈ
ଦେଶାଈଙ୍କୁ ଦାଦାଶ୍ରୀ ସସଙ୍ଗ କରିବା ପାଇଁ ସିଦ୍ଧି ପ୍ରଦାନ କରିଥିଲେ । ନୀରୂର୍ମାଙ୍କ ଉପସ୍ଥିତିରେ ହିଁ ତାଙ୍କର ଆଶୀର୍ବାଦ ଦ୍ବାରା ପୂଜ୍ୟ ଦୀପକଭାଈ ଦେଶ-ବିଦେଶରେ ଅନେକ ଜାଗାକୁ ଯାଇ ମୁମୁକ୍ଷୁମାନଙ୍କୁ ଆମ୍ବିଜ୍ଞାନ ପ୍ରାପ୍ତି କରାଉଥିଲେ, ଯାହା ନୀରୂମାଙ୍କ
ଦେହବିଲୟ ପରେ ଆଜି ମଧ୍ୟ ଚାଲୁଅଛି । ଏହି ଆମ୍ବିଜ୍ଞାନ ପ୍ରାପ୍ତି ପରେ ହଜାର ହଜାର ମୁମୁକ୍ଷୁ ସଂସାରରେ ରହି, ନିଜର ସାଂସାରିକ ଦାୟିତ୍ତ୍ବ ବହନ କରି ମଧ୍ୟ ମୁକ୍ତ ରହି ଆମ୍ବରମଣତାର ଅନୁଭବ କରୁଛନ୍ତି । । ଗ୍ରନ୍ଥରେ ମୁଦ୍ରିତ ବାଣୀ ମୋକ୍ଷାର୍ଥୀମାନଙ୍କୁ ମାର୍ଗଦର୍ଶନ ପାଇଁ ଅତ୍ୟନ୍ତ ଉପଯୋଗୀ | ସିଦ୍ଧ ହେବ, କିନ୍ତୁ ମୋକ୍ଷପ୍ରାପ୍ତି ପାଇଁ ଆମ୍ବିଜ୍ଞାନ ପ୍ରାପ୍ତ କରିବା ଆବଶ୍ୟକ ଅଟେ ।
ଅକ୍ରମ ମାର୍ଗ ଦ୍ଵାରା ଆମ୍ବିଜ୍ଞାନ ପ୍ରାପ୍ତିର ମାର୍ଗ ଆଜି ମଧ୍ୟ ଖୋଲାଅଛି । ଯେପରି | ପ୍ରଜ୍ୱଳିତ ଦୀପ ହିଁ ଅନ୍ୟ ଦୀପକୁ ପ୍ରଜ୍ୱଳିତ କରିପାରେ, ସେହି ପରି ପ୍ରତ୍ୟକ୍ଷ ଆମ୍ବିଜ୍ଞାନୀଙ୍କଠାରୁ ଆମ୍ବିଜ୍ଞାନ ପ୍ରାପ୍ତ କରି ହି ସ୍ବୟଂର ଆମ୍ବା ଜାଗୃତ ହୋଇପାରେ ।

Page Navigation
1 ... 45 46 47 48